ଖସିଯାଉଥିଲେ ଆଖି ବୁଜିଲେ : ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ
ଚୌଦ୍ୱାର ଜେଲରୁ ବାରିପଦା ଜେଲ୍ ନିଆଯାଉଥିବାବେଳେ ରାସ୍ତାରେ ଏନକାଉଣ୍ଟର କରାଯାଇଥିବା ଜଣାପଡ଼ିଛି । କିନ୍ତୁ ଅଧା ରାସ୍ତାରେ ଖସିଯିବାର ପ୍ଲାନ ଆଗରୁ ପ୍ରସ୍ତୁତ କରିସାରିଥାଏ ହାଇଦର । ଅଧାରାସ୍ତାରେ ପରିସ୍ରା ଯିବାକୁ କହିଥିଲା ଏହି ଗ୍ୟାଙ୍ଗଷ୍ଟର ।
ଭୁବନେଶ୍ୱର : ଗ୍ୟାଙ୍ଗଷ୍ଟର ସଫା । ଚଳଚ୍ଚିତ୍ରର କାହାଣୀ ପରି ଲାଗୁଥିବା ଏହି ଦୁଇଟି ଶବ୍ଦକୁ ବାସ୍ତ କରିଛି ଓଡ଼ିଶା ପୋଲିସ୍ । ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ଏନକାଉଣ୍ଟରରେ ପ୍ରାଣ ହରାଇଛି ହାଇଦର । ସେହି ହାଇଦର, ଯିଏକି କିଛି ମାସ ତଳେ ପୋଲିସକୁ ନାକରେ ପାଣି ପିଆଇ ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ଼ ମେଡ଼ିକାଲରୁ ଖସିଯାଇଥିଲା ।

ସମୟ ଥିଲା ଅପରାହ୍ନ 3. 20 ମିନିଟ । ଚୌଦ୍ୱାର ଜେଲରୁ ବାରିପଦା ଜେଲ୍ ନିଆଯାଉଥିବାବେଳେ ରାସ୍ତାରେ ଏନକାଉଣ୍ଟର କରାଯାଇଥିବା ଜଣାପଡ଼ିଛି । କିନ୍ତୁ ଅଧା ରାସ୍ତାରେ ଖସିଯିବାର ପ୍ଲାନ ଆଗରୁ ପ୍ରସ୍ତୁତ କରିସାରିଥାଏ ହାଇଦର । ଅଧାରାସ୍ତାରେ ପରିସ୍ରା ଯିବାକୁ କହିଥିଲା ଏହି ଗ୍ୟାଙ୍ଗଷ୍ଟର । କିନ୍ତୁ ପୋସିଲ ସୁରକ୍ଷା ଦୃଷ୍ଟିରୁ ସିମୁଳିଆ ନିକଟରେ ଭ୍ୟାନ ଅଟକାଇ ହାଇଦରକୁ ପରିସ୍ରା କରିବାକୁ ଅନୁମତି ଦେଇଥିଲା । ଏହି ସମୟରେ ସେ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ୍ ତାକୁ ଏନକାଉଣ୍ଚର କରିଥିଲା । ଏହା ପରେ ତାକୁ ବାଲେଶ୍ୱର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଚିକିତ୍ସା ଜାରି ଥିବାବେଳେ ହାଇଦରର ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି ।
ସୂଚନାଯୋଗ୍ୟ ଯେ କଟକ ବଡ଼ ମେଡିକାଲରୁ ଥରେ ଖସି ଯାଇଥିଲା ହାଇଦର୍ । ଆଉ ତାକୁ ତେଲଙ୍ଗାନାରୁ ପୁଣି କାବୁ କରିଥିଲା ପୋଲିସ୍ । ପରେ କୋଭିଡ୍ ଆକ୍ରାନ୍ତ ହେବା ପରେ ହାଇଦରକୁ କଟକ ଚୌଦ୍ୱାର ଜେଲରେ ରଖାଯାଇଥିଲା । ଆଉ ସୁସ୍ଥ ହେବା ପରେ ତାକୁ ବାରିପଦା ଜେଲ୍ ନିଆଯାଉଥିବାବେଳେ ସେ ପୁଣି ଖସି ଯିବାକୁ ଚେଷ୍ଟା କରିଥିବା ଜଣାପଡ଼ିଛି । ଫଳରେ ସୁରକ୍ଷାକର୍ମୀ ବାଧ୍ୟ ହୋଇ ତାକୁ ଅଟକାଇବାକୁ ଏନକାଉଣ୍ଟର୍ କରିଥିଲେ । ହାଇଦରକୁ ଜଣେ ଇନ୍ସପେକ୍ଟର୍, ଜଣେ ଏସଆଇ ଓ ଏକ ସେକ୍ସନ ପୋଲିସ୍ ଫୋର୍ସ ନେଉଥିଲେ । ତେବେ ପରିସ୍ରା ଯିବ ବୋଲି କହି ଖସିଯିବାକୁ ବସିଥିଲା ହାଇଦର୍ । ତାକୁ ଚେତାବନୀ ଦେବା ପରେ ମଧ୍ୟ ସେ ଶୁଣିନଥିଲା । ଫଳରେ ବାଧ୍ୟ ହୋଇ ପୋଲିସ୍ ଏନକାଉଣ୍ଟର୍ କରିଥିଲା । ଏନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications