ବଡ ସୂଚନା ଦେଲେ; ସ୍ବାସ୍ଥ୍ୟ ମନ୍ତ୍ରୀ ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍ୱାସ୍ଥ୍ୟ ବିଭାଗ ଟିମ କଣାସ ଅଞ୍ଚଳକୁ ପଠା ଯାଇଛି। ପର୍ଯ୍ୟାପ୍ତ ପରିମାଣର ଅବଶ୍ୟକୀୟ ଔଷଧ ମହଜୁଦ ଅଛି। ଲୋକଙ୍କୁ ସଚେତନ କରାଯାଉଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ କଣାସ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ କଡା ନିର୍ଦେଶ ଦିଆ ଯାଇଛି।

Mukesh Mahaling
ସରକାର ସଜାଗ ଅଛନ୍ତି। ଚିକିତ୍ସା ସେବା ଠିକରେ ଚାଲିଛି। ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋତେ ନିର୍ଦେଶ ଦେଇଛନ୍ତି।ସେ ଅଂଚଳରେ କିପରି ଅଧିକ ଝାଡ଼ାବାନ୍ତି ନ ବ୍ୟାପେ ସେଥିପାଇଁ ଆମେ ପଦକ୍ଷେପ ନେଉଛୁ, ଆଉ ସଜାଗ ଅଛି।

ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା। ରଖି କହିଛନ୍ତି,ଲୋକଙ୍କୁ ସଚେତନ କରାଯାଉଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ କଣାସ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ କଡା ନିର୍ଦେଶ ଦିଆ ଯାଇଛି। ସରକାର ସଜାଗ ଅଛନ୍ତି। ଚିକିତ୍ସା ସେବା ଠିକରେ ଚାଲିଛି। ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋତେ ନିର୍ଦେଶ ଦେଇଛନ୍ତି।ସେ ଅଂଚଳରେ କିପରି ଅଧିକ ଝାଡ଼ାବାନ୍ତି ନ ବ୍ୟାପେ ସେଥିପାଇଁ ଆମେ ପଦକ୍ଷେପ ନେଉଛୁ, ଆଉ ସଜାଗ ଅଛି।

ଏଣେ କଣାସରେ ଡାଇରିଆରେ ଜଣଙ୍କର ମୃତ୍ୟୁ ହୋଇଥିବା ଘୋଷଣା କରିଛି ସ୍ଵାସ୍ଥ୍ୟ ବିଭାଗ। ଏହି ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, କଣାସ ଅଞ୍ଚଳରେ ୭-୮ ଦିନ ହେଲା ବ୍ୟାପିଛି ଝାଡ଼ାବାନ୍ତି। ଝାଡ଼ାବାନ୍ତିରେ ମୋଟ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଆସିଥିଲା । ସେଥିରୁ ଜଣେ ଡାଇରିଆରେ ମରିଥିବା ସ୍ପଷ୍ଟ ହୋଇଛି । ଅନ୍ୟ ଦୁଇ ଜଣଙ୍କର ରିପୋର୍ଟକୁ ଅପେକ୍ଷା କରାଯାଇଛି । କଣାସରେ ପ୍ରଥମେ ଏକ ଭୋଜିରୁ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା । ତାପରେ ଆଖପାଖ ୫ଟି ଗାଁକୁ ବ୍ୟାପିଛି । ବର୍ତ୍ତମାନ ସୁଦ୍ଧା ଏହି ଗାଁ ଗୁଡ଼ିକର ୭୧ ଜଣ ସଂକ୍ରମିତ ହେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+