ଗଣେଶ ପୂଜାରେ ଗ୍ରାହକଙ୍କୁ ଉପହାର , କମିଲା ସୁନା ଦର

ଆଜି କଟକ ଓ ଭୁବନେଶ୍ୱରରେ ସାମାନ୍ୟ କମିଛି ସୁନା । ଗତକାଲି ଅପେକ୍ଷା ସୁନାର ଦାମ୍ ସାମାନ୍ୟ କମିଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୮୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୮୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୮୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୩୩୪ ଟଙ୍କା ରହିଛି।

gold prices

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୬୮୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୬୮ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୭୬୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+