ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର, ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ ରାଜ୍ୟ ସରକାର
ଏଣିକି ଓଡ଼ିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଯିବେ ନାହିଁ । ଏଥିପାଇଁ ଭୁବନେଶ୍ୱରରେ ହେବ 'ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ 'ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର' ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ।

ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ, ଯାହା ପାଇଁ ଓଡିଶା ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇଦେବେ । ତେବେ ଅନ୍ତର୍ଜାତୀୟ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା । ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।












Click it and Unblock the Notifications