ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି....

ଯଦି ଆଜି ଆପଣ ସୁନା କିମ୍ବା ରୂପା କିଣିବାକୁ ଯୋଜନା କରିଛନ୍ତି, ତେବେ ଆଜିର ଦର ଉପରେ ଟିକେ ନଜର ପକାନ୍ତୁ । କାରଣ ଆଜି ଉଭୟ ଦର ମହଙ୍ଗା ହୋଇଛି । ଆଜି ରାଜଧାନୀ ଭୁବନେଶ୍ଵରରେ ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୫୧୦ ଟଙ୍କା ବୃଦ୍ଧି ଘଟି ୧ ଲକ୍ଷ ୬୩ ହଜାର ୬୪୦ ଟଙ୍କା ହୋଇଛି। ଗତକାଲି ଦର ୧ ଲକ୍ଷ ୬୧ ହଜାର ୧୩୦ ଟଙ୍କା ଥିଲା। ସେହିପରି ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପ୍ରତି ୨୩୦୦ ଟଙ୍କା ବୃଦ୍ଧି ଘଟି ୧ ଲକ୍ଷ ୫୦ ହଜାର ଟଙ୍କା ହୋଇଛି। ଗତକାଲି ଦର ୧ ଲକ୍ଷ ୪୭ ହଜାର ୭୦୦ ଥିଲା।

ଅନ୍ୟପଟେ ରୂପା ଦରରେ ଆଜି କୌଣସି ପରିବର୍ତ୍ତନ ହୋଇନି। ଆଜି ରୁପା ମୂଲ୍ୟ କିଲୋ ପ୍ରତି ୨ ଲକ୍ଷ ୯୦ ହଜାର ଟଙ୍କା ରହିଛି । ଗତକାଲି ମଧ୍ୟ ରୂପା କିଲୋ ପିଛା ୨ ଲକ୍ଷ ୯୦ ହଜାର ଟଙ୍କା ରହିଥିଲା । ବାରମ୍ବାର ସୁନା ଓ ରୂପା ଦରରେ ପରିବର୍ତ୍ତନ ହେଉଥିବାରୁ ଗ୍ରାହକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି ମଧ୍ୟବିତ୍ତ ପରିବାରର ଲୋକମାନେ ଝିଅ ଓ ପୁଅ ବାହାଘରରେ ସୁନା କିଣିବାକୁ ଡରିଲେଣି ।

Gold and silver prices
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+