ହବିଷ୍ୟାଳି ପାଇଁ ଖୁସି ଖବର ; ଆରମ୍ଭ ହେଲା ଆଇନ ପଞ୍ଜିକରଣ, ଜାଣନ୍ତୁ କେମିତି କରିବେ ଆବେଦନ

ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ପାଇଁ ଆରମ୍ଭ ହେଲା ପଞ୍ଜିକରଣ। https/edistrict.odisha.gov.in କୁ ଯାଇ ପଞ୍ଜିକରଣ କରିପାରିବେ ହବିଷିଆଳି। ପ୍ରଥମ ଥର ଆବେଦନ କରୁଥିଲେ ଦିଆଯିବ ଅଗ୍ରାଧିକାର। ୨୫୦୦ ହବିଷିଆଳି ପଞ୍ଜୀକରଣ ପର୍ଯ୍ୟନ୍ତ ଚାଲିବ ଆବେଦନ।

habishyali

ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ 3ଟି କୋଠାରେ ରହିବେ ହବିଷିଆଳି।

ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତୀକ ବ୍ରତ । ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ । କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲାପାଳ ।

https/edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ।

ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ଦିଆଯିବ ପ୍ରାଧାନ୍ୟ । କେବଳ ଅନଲାଇନରେ ପଞ୍ଜିକୃତ ହୋଇଥିବା ମା ମାନେ ହିଁ ହାବିଷ୍ୟାଳୀ ଶିବିରରେ ଅନୁମତି ପାଇବେ । ପ୍ରତିବର୍ଷ ଭଳି ରହଣି, ଜଗନ୍ନାଥ ଦର୍ଶନ, ପ୍ରସାଦ ସେବନ ବ୍ୟବସ୍ଥା କରିବେ ସରକାର। ଏକମାସ ଧରି ସେମାନଙ୍କୁ ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+