ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପର୍ଯ୍ୟଟକଙ୍କୁ ସ୍ଵାଗତ କରିବା ଲାଗି ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ବନ୍ଦ ରହିଥିବା ଭିତର କନିକା। ଭିତରକନିକାରେ ପର୍ଯ୍ୟଟକମାନେ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ନୌବିହାରର ମଜା ଉଠାଇପାରିବେ। ଏପରିକି ସ୍କାଏ ଓ୍ବାକରେ ଜଙ୍ଗଲରେ ଚାଲି ଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।

ଜୈବ ବିବିଧତା ମଧ୍ୟରେ ୬୩ ପ୍ରକାର ଲୁଣି ହେନ୍ତାଳ ଗଛ, ୩୨୨ ପ୍ରକାର ପକ୍ଷୀ (ମାଛରଙ୍କା, ଗେନ୍ଦାଖିଆ,ବଣୀ, ବଗ, କାଠହଣା) ସରୀସୃପ ଅହିରାଜ, ଅଜଗର, ଗୋଖର, ତମ୍ପ ସାପ, ଘଡ଼ିଆଳ କୁମ୍ଭିର(୧୮୪୦ଟି), ସାମୁଦ୍ରିକ ଗୋଧି ଓ ସାପ, ଭେକଟି, ବାଳିଆ, ଚିତଳ, ଖଙ୍ଗା, ଈଲିଶି ମାଛ, କଙ୍କଡ଼ା, ଚିଙ୍ଗୁଡ଼ି ପ୍ରଚୁର ମିଳେ । ଏହା ବ୍ୟତିତ ହରିଣ, ସମ୍ବର, ବାରହା, ହେଟା, ବିଲୁଆ, ବଣମଇଁଷି, ଗାଈ, କୁକୁଡ଼ା ଦେଖିବାକୁ ମିଳେ । ଏହି ଉଦ୍ୟାନ ଲୁଣିପାଣିରେ ବଞ୍ଚୁଥିବା କୁମ୍ବୀର (Crocodylus porosus), ଭାରତୀୟ ଅଜଗର Indian python, କଳା ଆଇବିସ (Black ibis) ଓ ଡାର୍ଟର (Darters)ମାନଙ୍କ ବାସସ୍ଥଳୀ । ଲକ୍ଷ ଲକ୍ଷ ଅଲିଭ ରିଡ଼ଲେ ସାମୁଦ୍ରିକ କଇଁଛ (Lepidochelys olivacea) ଗହୀର ମଥା ମୁହାଣରେ ଅଣ୍ଡା ଦେଇଥାନ୍ତି । ବେଳେବେଳେ ଏଠାରେ ଇରୱାଡ଼ୀ ଡଲଫିନ ମଧ୍ୟ ଦେଖିବାକୁ ମିଳନ୍ତି ।
ନିକଟରେ ଧାମରା ବନ୍ଦର ଓ ତାଳଚ୍ଚୁଆ ମାଛ ଜେଟି, ହୁଇଲର ଦ୍ୱୀପ ଓ କାଳୀଭଞ୍ଜଡ଼ିଆ ଅବସ୍ଥିତ । ରିଘାଗଡା ଗ୍ରାମରେ ଜଗନ୍ନାଥ ମନ୍ଦିର ଅଛି । ଏହା ଆଗରୁ କନିକା ରାଜା ଜମିଦାରିରେ ଥିଲା ।
ଭିତରକନିକା ଜାତୀୟ ଉଦ୍ୟାନ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଗୋଟିଏ ଜାତୀୟ ଉଦ୍ୟାନ । ୧୯୭୫ ମସିହାରେ ବନ୍ୟ ଜୀବ ଅଭୟାରଣ୍ୟ (୬୭୨ବର୍ଗ କି,ମି ) ଓ ୧୯୯୮ରେ ଜାତୀୟ ଉଦ୍ୟାନ (୧୪୫ ବର୍ଗ କି.ମି) ଘୋଷିତ ହେଲା । ୨୦୦୨ ମାସିହାରେରେ ଏହାକୁ ଆନ୍ତର୍ଜାତିକ ଆଦ୍ରର୍ଭୁମି ଘୋଷଣା ହୋଇଥିଲା












Click it and Unblock the Notifications