ସମ୍ବଲପୁର ଯାଏଁ ସମ୍ପ୍ରସାରଣ ହେବ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ

ସମ୍ବଲପୁର: ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସରକ ହେବ ସମ୍ପ୍ରସାରଣ । ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ । ଏ ନେଇ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Ashwini Vaishnaw

ଆଜି ଆଉ କିଛି ସମୟ ପରେ ସମ୍ବଲପୁରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ଆଇଆଇଏମ୍ ର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପିତ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସମ୍ବଲପୁରରେ ପହଞ୍ଚି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରିଛନ୍ତି । ଏହାସହ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି ।

ଗୋରଖପୁର-ହାଟିଆ ଏକ୍ସପ୍ରେସର ସମ୍ପ୍ରସାରଣ ଏହି ଅଞ୍ଚଳର ଯାତ୍ରୀମାନଙ୍କୁ ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଯାତ୍ରୀମାନଙ୍କୁ ଯାତ୍ରା ସୁବିଧା ଯୋଗାଇବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି ।

ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ, ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ କରାଯାଉଛି । ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆଜି ଏହାର ଶିଳାନ୍ୟାସ କରିବେ । ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ ପ୍ରାୟ 370 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ । ଏହି ଷ୍ଟେସନ ମାଧ୍ୟମରେ ସହରର ଉଭୟ ପାର୍ଶ୍ୱ ସଂଯୋଗ ହୋଇପାରିବ । ସମ୍ବଲପୁର ରେଳ ଷ୍ଟେସନରେ ସମସ୍ତ ଆଧୁନିକ ସୁବିଧା ଯୋଗାଇ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+