ସମ୍ଭାବ୍ୟ ବାତ୍ୟା ପାଇଁ କଳାହାଣ୍ଡିରେ ଛୁଟି ବାତିଲ କଲେ ସରକାର
ଭାରତୀୟ ପାଣିପାଗ ବିଭାଗ କହିଛି ଯେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ପୂର୍ବାହ୍ଣରେ ଅବପାତର ରୂପ ନେଇଛି। ଆଜି ସକାଳ ସାଢ଼େ ୫ଟା ସମୟରେ ଏହି ଅବପାତ ସୃଷ୍ଟି ହୋଇଛି। ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରିଛି। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହା କେଉଁ ଅଞ୍ଚଳରେ ଲ୍ୟାଣ୍ଡଫ୍ଲ କରିବ ସେନେଇ କୁହାଯାଇ ନାହିଁ। କିନ୍ତୁ ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସମ୍ଭାବ୍ୟ ବାତ୍ୟା "ମୋନ୍ଥା" ପାଇଁ ଆସନ୍ତା ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ ନେଇ ଶନିବାର ସାରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିରେ ଜିଲାପାଳଙ୍କ ବିନା ଅନୁମତିରେ କେହି ମୁଖ୍ୟାଳୟ ନ ଛାଡିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତା ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ପବନ ସହ ବଜ୍ରପାତ ଆଶଙ୍କା ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳଙ୍କ ପତ୍ର ସଂଖ୍ୟା ୨୪୧୫ରେ ଶନିବାର ଅତିରିକ୍ତ ଜିଲାପାଳ (ରାଜସ୍ବ),ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ, ଭବାନୀପାଟଣା ଓ ଧର୍ମଗଡ଼ ଉପଜିଲାପାଳ,ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସମେତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,
ତହସିଲଦାର ଏବଂ ସମସ୍ତ ଜିଲାସ୍ତରୀୟ ଅଧିକାରୀଙ୍କୁ ପତ୍ର ମାଧ୍ୟରେ ଜଣାଇ ଦିଆଯାଇଛି। ଏପରିକି ସମସ୍ତ ଅଧିକାରୀ ନିଜ ନିଜର ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବ୍ଲକ ଓ ଜିଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା ସହ ଏବଂ ସମସ୍ତ ଓଡ୍ରାଫ, ଦମକଳ ବାହିନୀଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି।












Click it and Unblock the Notifications