ବାତ୍ୟା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ବାତ୍ୟା ୟାସକୁ ଆଖି ଆଗରେ ରଖି ସମସ୍ତ ସରକାରୀ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୩୧ ତାରିଖ ଯାଏଁ କୌଣସି ସରକାରୀ କର୍ମଚାରୀ ଛୁଟି ନେଇପାରିବେନି ।
ଭୁବନେଶ୍ୱର: ବାତ୍ୟା ୟାସକୁ ଆଖି ଆଗରେ ରଖି ସମସ୍ତ ସରକାରୀ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୩୧ ତାରିଖ ଯାଏଁ କୌଣସି ସରକାରୀ କର୍ମଚାରୀ ଛୁଟି ନେଇପାରିବେନି । କୌଣସି କର୍ମଚାରୀ ମୁଖ୍ୟାଳୟ ନଛାଡିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ବିଭାଗୀୟ ଅଧିକାରୀଙ୍କ ଅନୁମତିରେ ଅତି ଜରୁରୀ ଥିଲେ କର୍ମଚାରୀ ଛୁଟି ନେଇପାରିବେ।

ସେହିପରି ଛୁଟିରେ ଥିବା ସମସ୍ତ କର୍ମଚାରୀ ତୁରନ୍ତ କାର୍ଯ୍ୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ମଧ୍ୟ ଜାରି ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ପାଣିପାଗ ବିଭାଗର ସୂଚନା ମୁତାବକ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ୟାସ ଏବେ ଓଡିଶା ମୁହାଁ ହୋଇଛି । ଆସନ୍ତା ୨୬ ତାରିଖରେ ଏହା ଲ୍ୟାଣ୍ଡଫଲ କରିବା ସହିତ ଭଦ୍ରକ କିମ୍ବା ବାଲେଶ୍ୱରରେ ସ୍ଥଳଭାଗ ଛୁଇଁପାରେ । ତେଣୁ ଏଭଳି ସ୍ଥିତିକୁ ମୁକାବିଲା କରିବା ପାଇଁ ଏବେ ପ୍ରସ୍ତୁତ ହେଉଛି ଓଡିଶା । ଆଉ ଏହାକୁ ଆଖି ଆଗରେ ରଖି ଏବେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଦିଆଯାଇଛି ।












Click it and Unblock the Notifications