ଆକ୍ସନ ମୁଡରେ ସରକାର, ଅରବିନ୍ଦ ଅଗ୍ରୱାଲଙ୍କୁ ରଥ ପରିଚାଳନା ଦାୟିତ୍ବ

ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ ନ୍ୟସ୍ତ । ସମ୍ପୂର୍ଣ୍ଣ ରଥଯାତ୍ରା ପରିଚାଳନା ଦାୟିତ୍ୱ ଅରବିନ୍ଦଙ୍କୁ ଦିଆଗଲା । ଆଜିଠାରୁ ଆଗକୁ ଚାଲିବାକୁ ଥିବା ରଥଯାତ୍ରାର ସମ୍ପୂର୍ଣ୍ଣ ଦାୟିତ୍ୱ ସମ୍ପାଦନ କରିବେ ଅରବିନ୍ଦ ଅଗ୍ରୱାଲ୍ । ଶରଧାବାଲିରେ ଦଳାଚକାଟରେ ମୃତ୍ୟୁ ଘଟଣା ପରେ ଆକ୍ସନ ମୋଡ୍‌ରେ ସରକାର । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି ।

rath yatra

ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆ ଯାଇଛି । ଏହା ସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାଣ୍ଟ୍‌ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ । ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ । ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+