ରାଜ୍ୟପାଳଙ୍କ ପୁଅଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଥିବା ଏଏସଓଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ ଆଣି ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ପ୍ରଧାନଙ୍କୁ ତତ୍କାଳ ପ୍ରଭାରୁ ଗୃହ ବିଭାଗକୁ ବଦଳି କରାଯାଇଛି । ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟରତ ଏଏସଓ ଶ୍ରୀ ପ୍ରଧାନ ରାଜଭବନକୁ ଡେପୁଟେସନରେ ଯାଇଛନ୍ତି । ଆଜି ତାଙ୍କୁ ଗୃହ ବିଭାଗକୁ ବଦଳି କରାଯିବା ସହ ଖାଲିଥିବା ପଦବୀରେ ନିଯୁକ୍ତି ମିଳିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି ।

ସୂଚନା ଅନୁଯାୟୀ, ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନ ଅଭିଯୋଗରେ ଦର୍ଶାଇଥିଲେ ଯେ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ । ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଜୁଲାଇ ୭ ଓ ୮ ତାରିଖ ଦୁଇ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା ।

ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି । ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ ।

loka seva bhawan

୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା । କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ । ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ । ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ । ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ ।

ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି । ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଥିଲେ । ବର୍ତ୍ତମାନ ତାଙ୍କର ହୋଇଛି ବଦଳି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+