ଛତିଶା ନିଯୋଗ ବୈଠକରେ ବଡ଼ ନିଷ୍ପତ୍ତି,ପହଣ୍ଡିରେ ରହିବେ ନିର୍ଦ୍ଦିଷ୍ଟ ସେବାୟତ ଅଧିକାରୀ
ଗତବର୍ଷ ରଥଯାତ୍ରା ଘଟଣା ଏବେଯାଏଁ କାହାରି ମନରୁ ଲିଭିନି। ପହଣ୍ଡି ବେଳେ ଚାରମାଳରୁ ଖସି ମୁହଁ ମାଡ଼ି ତଳେ ପଡିଥିଲେ ବଡ଼ ଠାକୁର ବଳଭଦ୍ର। ଏହାକୁ ନେଇ ଅନେକ ରାଜନୈତିକ ତୁମ୍ୱିତୋଫାନ ହୋଇଥିଲା।
ଆଉ ଏବେ ଯେହେତୁ ରଥଯାତ୍ରା ପାଖେଇ ଆସିଲାଣି, ତେଣୁ ଗତବର୍ଷ ଭଳି ଆଉ ଯେପରି କିଛି ଅସୁବିଧା ନହୁଏ ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର। ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ଚାରମାଳ ନିରୀକ୍ଷଣ କରିବେ ବରିଷ୍ଠ ଅଧିକାରୀ।
ଶ୍ରୀମନ୍ଦିର ପ୍ରଶାସନ ଗତଥର ମହାପ୍ରଭୁ ବଳଭଦ୍ର ରଥ ଉପରେ ପଡ଼ିଯିବା ଘଟଣା ପରେ ସୁରକ୍ଷାରେ କୌଣସି ବୁଝାମଣା କରିବାକୁ ଚାହୁନାହିଁ। ଚାରମାଳ ବନ୍ଧା ହେବା ପରେ ବାଡ଼ଗ୍ରାହୀଙ୍କ ସମେତ ଜଣେ ଜଣେ ବରିଷ୍ଠ ଅଧିକାରୀ ଚାରମାଳ ଯାଞ୍ଚ କରିବେ। ଏଥି ପାଁ ଭୋଇ ସେବକଙ୍କ ସମେତ ଜେଟିପିମାନେ ସହଯୋଗ କରିବେ। ଅଘଟଣ ଯେଭଳି ପୁନରାବୃତ୍ତି ନ ହୁଏ ସେ ନେଇ ନିଶ୍ଚିତ କରିବାକୁ ନିଷ୍ପତ୍ତି ହୋଇଛି। ଆଜି ଭକ୍ତ ନିବାସରେ ବସିଥିବା ଛତିଶା ନିଯୋଗ ବୈଠକରେ ଏଭଳି ନିଷ୍ପତ୍ତି ହେବା ସହ ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ବାଜିଛି।

ଆସନ୍ତା ଜୁନ୍ ୨୭ ତାରିଖରେ ଥିବା ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ସକାଳ ୯ଟାରେ ରଥ ପ୍ରତିଷ୍ଠା ହେବ। ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ଣ ସାଢ଼େ ୧୨ଟା ସୁଦ୍ଧା ସରିବ। ସାଢ଼େ ୧୨ଟାରୁ ୧ଟା ମଧ୍ୟରେ ଶ୍ରୀମଦନମୋହନ, ଶ୍ରୀରାମ ଓ ଶ୍ରୀକୃଷ୍ଣ ବିଜେ କରିବେ। ଅପରାହ୍ଣ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ରଥ ଛେରାପହଁରା ଓ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ। ଜୁଲାଇ ୧ ତାରିଖ ହେରାପଞ୍ଚମୀରେ ରାତି ସାଢ଼େ ୯ଟାରେ ମହାଲକ୍ଷ୍ମୀ ରଥ ତଳ ନୀତି ସାରି ଜଗମୋହନକୁ ବିଜେ କରିବେ। ରାତି ୯ଟା ୩୫ରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ଲାଗି ହେବାକୁ ସ୍ଥିର କରାଯାଇଛି।
-
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ












Click it and Unblock the Notifications