ଖଲ୍ଲିକୋଟ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆରପାରିରେ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ । 87 ବର୍ଷ ବୟସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା ।

V. Sugnana Kumari Deo

ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଦି ଶୋକ ପ୍ରକାଶ କରିଛନ୍ତି ।

ସାମାଜିକ ଗଣମାଧ୍ୟମ'ଏକ୍ସ'ରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ଏହା ସହ ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି ରାଜ୍ୟପାଳ ।

ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, "ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି । ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ 10ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି ।ଏହା ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।"

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା । ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

1961 ମସିହାରେ ଖଲିକୋଟ ବିଧାନସଭାରୁ କଂଗ୍ରେସ ପ୍ରାର୍ଥୀ ଭାବେ ବିଜୟୀ ହୋଇ ବିଧାନସଭାରେ ପାଦ ଥାପିଥିଲେ ସୁଜ୍ଞାନ କୁମାରୀ ଦେଓ । ଏହା ପରେ ଷଷ୍ଠ ବିଧାନସଭାକୁ ସେହି ଖଲିକୋଟ ଆସନରୁ ନିର୍ବାଚିତ ହୋଇଥିଲେ । ଅଷ୍ଟମ ବିଧାନସଭାକୁ ଛାଡିଦେଲେ କ୍ରମାଗତ ଭାବେ ଗତ ବିଧାନସଭା ପର୍ଯ୍ୟନ୍ତ ବିଧାୟିକା ଭାବେ ନିର୍ବାଚିତ ହୋଇ ଆସିଛନ୍ତି । ଜନତା ପାର୍ଟି, ଜନତା ଦଳ ଓ ବିଜୁ ଜନତା ଦଳରୁ ସେ ବିଧାୟିକା ହୋଇଛନ୍ତି । ଖଲିକୋଟରୁ 8 ଥର ଓ କବିସୂର୍ଯ୍ୟନଗରରୁ 2 ଥର ନିର୍ବାଚିତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+