Get Updates
Get notified of breaking news, exclusive insights, and must-see stories!

ମେଣ୍ଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ। ମେଣ୍ଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ । ଅମିତ ଶାହଙ୍କ ଦିଲ୍ଲୀ ବାସଭବନରେ ଭେଟିଲେ ରଘୁବର ଦାସ । ଏନେଇ ଏକ୍ସରେ ସୂଚନା ଦେଲେ ରଘୁବର ଦାସ ।

ଏପଟେ ଦିଲ୍ଲୀ ଗସ୍ତରେ ଥିବା ରାଜ୍ୟ ନେତୃତ୍ୱଙ୍କ ସହ ଆଜି ବୈଠକ କରିପାରନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । କୌଣସି ମୂହୁର୍ତରେ ଜେପି ନଡ୍ଡା ବୈଠକ କରିପାରନ୍ତି । ଏହି ବୈଠକରେ ମେଣ୍ଟ ସମ୍ପର୍କରେ କିଛି ନିଷ୍ପତ୍ତିି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି ।

ସେହିପରି ସଂଧ୍ୟାରେ କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ବସୁଛି । ଏହି ବୈଠକରେ ମଧ୍ୟ ରାଜ୍ୟ ନେତୃତ୍ୱ ସାମିଲ ହୋଇପାରନ୍ତି ।

Raghubar Das meets Amit Shah i

ସୂଚନା ଅନୁସାରେ ମେଣ୍ଟ ହୋଇଥିବା ଚୂଡାନ୍ତ ହୋଇଛି, ତେବେ କେବଳ ଆସନ ଭାଗବଣ୍ଟା ନେଇ ସମସ୍ୟା ରହିଛି । ଆଜି କିମ୍ବା କାଲି ମଧ୍ୟରେ ଆଲୋଚନା ମାଧ୍ୟମରେ ସମାଧାନ ହୋଇପାରେ । ୧୦ ଦିନ ମଧ୍ୟରେ ରାଜ୍ୟ ବିଜେପି ନେତୃତ୍ୱ ଅନେକ ଦିଲ୍ଲୀ ଗସ୍ତ କରିଛନ୍ତି । ହେଲେ ମେଣ୍ଟ ନେଇ କୌଣସି ଆଲୋଚନା ହୋଇନଥିବା କହିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ ମଧ୍ୟ ମେଣ୍ଟ ନେଇ କହି ନଥିବା କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+