ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ, ଜାଣନ୍ତୁ କାହିଁକି

ସରକାରୀ ଅଧିକାରୀଙ୍କ ଛୁଟି ବାତିଲ । ଆସନ୍ତାକାଲି ନୂଆ ସରକାର ଶପଥଗ୍ରହଣ କରିବାକୁ ଥିବା ବେଳେ ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଅଧିକାରୀ ମାନଙ୍କୁ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ନୂଆ ସରକାରଙ୍କ ଶପଥ ସମାରୋହ ପାଇଁ ଏଭଳି ନିର୍ଦ୍ଦେଶାନାମା ଜାରି କରାଯାଇଛି ।

Govt official leave canceled

ସରକାରୀ ଛୁଟିଦିନ ଗୁଡିକରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଛୁଟି ଅନୁମତି ମିଳିବ ।

ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଶପଥଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+