ଜିପିଆର ଓ ରାଡାର ସର୍ଭେ ରିପୋର୍ଟର ତଥ୍ୟକୁ ନେଇ ରତ୍ନ ଭଣ୍ଡାର ହେବ ମରାମତି କାମ

ଜିପିଆର ଓ ରାଡାର ସର୍ଭେ ରିପୋର୍ଟରେ ଆସିଥିବା ତଥ୍ୟକୁ ନେଇ ରତ୍ନ ଭଣ୍ଡାର ହେବ ମରାମତି କାମ । ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ।

ratn bhandar

ସେ କହିଛନ୍ତି, ସରକାରଙ୍କ ଏସଓପି ଅନୁଯାୟୀ‌ ୧୭ତାରିଖରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ । ଏଏସ୍‌ଆଇର ବୈଷୟିକ ଟିମ୍‌ର ତତ୍ତ୍ୱାବଧାନରେ ମରାମତି କାର୍ଯ୍ୟ କରାଯିବ । ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଭକ୍ତଙ୍କ ଦର୍ଶନରେ ଯେଭଳି କୌଣସି ଅସୁବିଧା ସୃଷ୍ଟି ନହୁଏ ତା'କୁ ମଧ୍ୟ ଧ୍ୟାନ ଦିଆଯିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ଗତ ଛତିଶା ନିଯୋଗ ବୈଠକରେ ଏନେଇ ନୀତି ନିର୍ଘଣ୍ଟ ଅନୁମୋଦିତ ହୋଇସାରିଛି । ତେବେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଏଏସ୍‌ଆଇ ଅଧିକାରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଆସନ୍ତା ୧୭ରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ । ପ୍ରଥମେ ଲୁହା ଭାରା ବନ୍ଧା ଯିବ । ଏହାପରେ ପ୍ରଥମେ ବାହାର ଓ ପରେ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+