ଆସିଲା ବଡ ଖବର; ଏଣିକି ମିଳିବ ୧୦୦ ଟଙ୍କାରେ ମିଳିବ ତିନି କିଲୋ ଆଳୁ
ରାଜ୍ୟରେ ଆଳୁ ସଙ୍କଟ ଭିତରେ ଖାଉଟିଙ୍କ ପାଇଁ ଭଲ ଖବର। ୧୦୦ ଟଙ୍କାରେ ୩ କିଲୋ ଆଳୁ ପାଇବେ ଗ୍ରାହକ ।

ଏଥିପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରିବେ । ଏଥିପାଇଁ ଆଳୁ ଭର୍ତ୍ତି ଟ୍ରକ ଆଇଗଣିଆ ଗୋଦାମରୁ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଛି । ୩ କିଲୋକୁ ୧୦୦ ଟଙ୍କା ଦରରେ ଗ୍ରାହକ ମାନେ ଆଳୁ ପାଇପାରିବେ । ଆଳୁ ସଙ୍କଟ ଭିତରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।
ଏ ନେଇ ଦିଲ୍ଲୀରୁ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ । ମନ୍ତ୍ରୀ କହିଥିଲେ, ଆଲୋଚନା ସତ୍ତ୍ବେ ପଶ୍ଚିମବଙ୍ଗରୁ ଆଳୁ ଆସିପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ପଅରିଦିନ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ ଟଙ୍କାରେ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ ବୋଲି କୃଷ୍ଣପାତ୍ର କହିଥିଲେ।












Click it and Unblock the Notifications