କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ, କୋଇଲା କ୍ଷେତ୍ରରେ ଓଡ଼ିଶାକୁ ମିଳିବ ଅଧିକ ଲାଭ
GST ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍ । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରେସମିଟ୍ । କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି'। ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ ଓ କେନ୍ଦୁପତ୍ର ବିକ୍ରି ବଢ଼ିବ । ସେହିପରି କୃଷି ଉପକରଣରେ GST ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ' ଓ ଚାଷୀ ଭାଇ ବହୁତ୍ ଲାଭବାନ ହେବେ ।

ଜିଏସ୍ଟି ଛାଡ଼ ଯୋଗୁଁ ଅଧିକ ଲୋକେ ସ୍ବାସ୍ଥ୍ୟବୀମା କରିବେ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଆଜି କହିଛନ୍ତି ।












Click it and Unblock the Notifications