ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କୁ ଦିଆଯିବ ଗାର୍ଡ ଅଫ ଅନର
ରାଷ୍ଟ୍ରୀୟ ସମ୍ମାନ ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଭୁବନେଶ୍ୱର: ଆରପାରରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ । କଟକ ସ୍ଥିତ ଏସସିବି ମେଡିକାଲରେ ତାଙ୍କ ଦେହାନ୍ତ ଘଟିଛି । ତେବେ ଡି. ପ୍ରକାଶ ରାଓଙ୍କ ଦେହାନ୍ତ ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଶୋକ ବ୍ୟକ୍ତ କରିଛନ୍ତି ।
ତେବେ ରାଷ୍ଟ୍ରୀୟ ସମ୍ମାନ ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, ସ୍ୱର୍ଗତଃ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ବିଶେଷ କରି ଗରିବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ସେହିପରି ପଦ୍ମଶ୍ରୀ ଡି. ପ୍ରକାଶଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ପ୍ରକାଶଙ୍କ ବିୟୋଗରେ ବିଭିନ୍ନ ଦଳର ରାଜନେତା ଶୋକ ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ସେ ଏସସିବିରେ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ପଦ୍ମଶ୍ରୀ ରାଓଙ୍କ ପରଲୋକ ହୋଇଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ସମାଜସେବା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଏବଂ ନିଷ୍ଠାପର ଅବଦାନ ପାଇଁ ରାଷ୍ଟ୍ରପତି ତାଙ୍କୁ 2019 ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ । କଟକର ବକ୍ସିବଜାର ଠାରେ ଏକ ଚା ଦୋକାନ କରି ଗୁଜୁରାଣ ମେଣ୍ଚାଇବା ସହ 19 ବର୍ଷ ପୂର୍ବେ 'ଆଶା ଓ ଆଶ୍ୱାସନା' ନାମକ ଏକ ବିଦ୍ୟାଳୟ ଖୋଲି ବସ୍ତି ପିଲାଙ୍କୁ ମାଗଣାରେ ପାଠ ପଢାଉଥିଲେ । ଏହା ବ୍ୟତୀତ ସେ ନିୟମିତ ଭାବେ ରକ୍ତ ଦାନ କରୁଥିଲେ । ଏପର୍ଯ୍ୟନ୍ତ ସେ 218 ଥର ରକ୍ତଦାନ କରିବା ସହ 17ଥର ପ୍ଲେଟଲେଟ୍ ଦାନ କରିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications