Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ବର ଆସିଲା ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ଵର: ଓଡ଼ିଶାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପହଞ୍ଚିଛି । ଏୟାର ଇଣ୍ଡିଆର ବିମାନ ଯୋଗେ ମରଶରୀର ନୂଆଦିଲ୍ଲୀରୁ ଭୁବନେଶ୍ଵର ବିମାନବନ୍ଦରକୁ ଅଣାଯାଇଛି । ବିମାନବନ୍ଦରରେ ମରଶରୀରକୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ଗାର୍ଡ ଅଫ୍ ଅନର ଦିଆଯିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ବିମାନବନ୍ଦରରେ ଦେବେନ୍ଦ୍ରଙ୍କୁ ଶେଷ ଥର ପାଇଁ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିଲା। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବିମାନ ବନ୍ଦରରେ ପହଞ୍ଚିଥିଲେ। ବିଭିନ୍ନ ଦଳର ରାଜନେତା ବିମାନ ବନ୍ଦରରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି। ପୁଲିସ ମହାନିର୍ଦ୍ଦେଶକ ଓ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଥିଲେ।

devendra pradhan

ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।

ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+