Get Updates
Get notified of breaking news, exclusive insights, and must-see stories!

ବଢୁଛି H3N2 ଭାଇରସ ଚିନ୍ତା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ, ଥଣ୍ଡା ବା କାଶ ହେଲେ କରାନ୍ତୁ କୋଭିଡ୍ ଟେଷ୍ଟ

H3N2 ଭାଇରସ ସଂକ୍ରମଣ ଭିତରେ ପୁଣି ଘାରିଲା କୋଭିଡ ଭୟ । ଥଣ୍ଡା କାଶ ଥିଲେ କୋଭିଡ଼ ଟେଷ୍ଟ କରିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ ।

 H3N2 in Odisha

ଭୁବନେଶ୍ୱର: ଚିନ୍ତା ବଢ଼ାଇଲା H3N2 ଭାଇରସ। ସବୁ ଜିଲ୍ଲାର ସିଡିଏମଓ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଚିଠି ଲେଖିଲା ଜନସ୍ୱାସ୍ଥ୍ୟ ବିଭାଗ । ଭାଇରସ ସଂକ୍ରମଣ ଭିତରେ ପୁଣି ଘାରିଲା କୋଭିଡ ଭୟ । ଥଣ୍ଡା କାଶ ଥିଲେ କୋଭିଡ଼ ଟେଷ୍ଟ କରିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ସର୍ଭିଲାନ୍ସ ବଢାଇବା ସହିତ ଅକ୍ସିଜେନ୍ ଓ ଆଇସିୟୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ରହିଛି । ସେପଟେ ଇନଫ୍ଲୁଏନ୍ଜାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ଏଥିରେ ଜ୍ୱର କାଶ କିଛି ଦିନ ରହିବ । ଏହା ଗୁରୁତର ହୋଇ ନିମୋନିଆରେ ସଂକ୍ରମଣ ହୋଇପାରନ୍ତି କିଡନୀ, ହାର୍ଟ ଓ ଶ୍ୱାସ ରୋଗୀ । ଏହି ସବୁର ଲକ୍ଷଣ ଦେଖାଗଲେ ଆଇସୋଲେଟ କରିବା ସହ ମାସ୍କ ପିନ୍ଧିବାକୁ କୁହାଯାଇଛି । ସେହିଭଳି ରୋଗ ଭଲ ନହେଲେ ଡାକ୍ତରଙ୍କ ପରାମର୍ଶ ନେଇ ମେଡିକାଲରେ ଆଡମିଟ ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ ଦେଶର ବିଭିନ୍ନ ରାଜ୍ୟରେ ଏଚ୩ଏନ୨ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ତେଣୁ ସତର୍କ ରହିବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛି କେନ୍ଦ୍ର । ମୁକାବିଲା କରିବା ପାଇଁ କୋଭିଡ ବିରୋଧୀ ୫ ସୂତ୍ରୀ କାର୍ଯ୍ୟକ୍ରମ ଚାଲୁ ରଖିବାକୁ କୁହାଯାଇଛି । ଟେଷ୍ଟ, ଟ୍ରାକ, ଟ୍ରିଟମେଣ୍ଟ ଓ ଟିକାକରଣ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି । ହସ୍ପିଟାଲଗୁଡ଼ିକୁ ପ୍ରସ୍ତୁତି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+