ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପ୍ରଧାନ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା
ଭୁବନେଶ୍ୱର : ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି।

ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଟୋଲକାନି ଅଞ୍ଚଳର ଝାଡେ଼ଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ଲୁଣଲଙ୍କା ଦିଆଯିବା ତଥା ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟରେ ଅନିୟମିତତା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶିକ୍ଷା ବିଭାଗ। ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀମନ୍ତ କୁମାର ମହନ୍ତଙ୍କୁ ନିଲମ୍ବନ କରାଯାଇଛି , ଗତ ୧୩ ଦିନ ହେବ ଏହି ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ଲୁଣ ଲଙ୍କା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଏନେଇ ବିଭାଗ ପକ୍ଷରୁ ତଦନ୍ତ କରାଯାଇଥିଲା। ତେବେ କାର୍ଯ୍ୟରେ ଅବହେଳା କରିଥିବାରୁ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ଦିଆଯାଇଛି।












Click it and Unblock the Notifications