ସୁଶାନ୍ତ ସିଂହଙ୍କୁ ଭେଟିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ହସ୍ପିଟାଲରେ ପହଞ୍ଚି ସୁଶାନ୍ତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରି ଫେରିଛନ୍ତି। ସୁଶାନ୍ତ ସ୍ବାସ୍ଥ୍ୟାବସ୍ଥା ପୂର୍ବାପେକ୍ଷା ବର୍ତ୍ତମାନ ଭଲ ଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଯାହା ଆବଶ୍ୟକ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ କହିଛନ୍ତି।

Mukesh Mahaling m

କିଛି ଦିନ ତଳେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲରେ ପହଞ୍ଚି ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଥିଲେ। ଏପରିକି ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଥିଲେ। ଏହାସହ ସୁଶାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+