ଆନ୍ଦୋଳନରୁ ଓହରିଯିବାକୁ ନର୍ସିଂ ଅଫିସରଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅନୁରୋଧ, କହିଲେ...
ରାଜ୍ୟରେ ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି । ଯାହା ପ୍ରଭାବ ରୋଗୀ ସେବା ଉପରେ ପଡିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ବ୍ରହ୍ମପୁର, ରାଉରକେଲା ଏବଂ ସମ୍ବଲପୁରରେ ନର୍ସିଂ କର୍ମଚାରୀ ସଂଘର ଆନ୍ଦୋଳନ ଜାରି ରହିଛି । ଯାହା ଫଳରେ ସ୍ୱାସ୍ଥ୍ୟ ସେବା ସମ୍ପୁର୍ଣ୍ଣ ଭାବେ ପ୍ରଭାବିତ ହୋଇଛି । ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେକ ହାତଗଣତି ଆଉଟସୋର୍ସିଂଙ୍କୁ ନେଇ ସେବା କାର୍ଯ୍ୟ ସମ୍ପନ୍ନ କରିବା ମେଡିକାଲ ପ୍ରଶାସନ ପାଇଁ କାଠିକର ପାଠ ହୋଇପଡ଼ିଛି।
ଏହି ସବୁ ଭିତରେ ନର୍ସିଂ ଅଫିସରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ନର୍ସିଂ ଅଫିସରଙ୍କୁ ଆନ୍ଦୋଳନରୁ ଓହରିଯିବାକୁ ନିବେଦନ କଲେ । ସରକାର ପ୍ରଥମ ଦଫାରେ ୧୦୨୨ ଜଣ ନର୍ସଙ୍କୁ ପଦୋନ୍ନତି ଦେଇଛନ୍ତି । ସେମାନଙ୍କ ଦାବି ପ୍ରତି ସରକାର ସକରାତ୍ମକ ବିଚାର କରୁଛନ୍ତି ।

ଏନେଇ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି । ଏନେଇ ଆଲୋଚନା ଓ ବିଚାରବିମର୍ଶ ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।ଏଭଳି ସ୍ଥିତିରେ ସ୍ୱାସ୍ଥ୍ୟ ସେବା ଯେପରି ଆଉ ବାଧାପ୍ରାପ୍ତ ନହୁଏ ତାକୁ ଦୃଷ୍ଟିରେ ରଖି ଆନ୍ଦୋଳନରୁ ଓହରିଯିବାକୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ । ଯାଜପୁର ଜିଲ୍ଲା ଧର୍ମଶାଳାରେ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିରରେ ଯୋଗଦେଇ ସେ ଏହି ନିବେଦନ କରିଛନ୍ତି ।












Click it and Unblock the Notifications