ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ: ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ: ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

Naba das

ଭୁବନେଶ୍ୱର: ଓଡ଼ିଶା ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ । ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ଗଣେଶୀ ଲାଲ ଟ୍ୱିଟ୍ କରି ଗଭୀର ଶୋକ ପ୍ରକାଶ କରିଛନ୍ତି । ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେଡି ନେତା ନବ କିଶୋର ଦାସଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଶୋକରେ ମ୍ରିୟମାଣ। ତୃଣମୂଳସ୍ତର ନେତା ଭାବେ ତାଙ୍କ ପ୍ରତି ଲୋକଙ୍କ ଓ ଦଳମତ ନିର୍ବିଶେଷରେ ସମସ୍ତଙ୍କ ଭଲପାଇବା ଓ ସମ୍ମାନ ରହିଛି । ସମଗ୍ର ରାଜ୍ୟ ପାଇଁ ଏହା ଅପୂରଣୀୟ କ୍ଷତି। ସରକାର ଓ ଦଳରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ରହିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ ଶୋକ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ତାଙ୍କୁ ଗୁଳିମାଡ ପରେ ହସ୍ପିଟାଲରେ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି । ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ, ଜନପ୍ରତିନିଧି ଭାବରେ ତାଙ୍କର କାର୍ଯ୍ୟ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+