ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୫୦ ରେଡିଓଗ୍ରାଫରଙ୍କୁ ଦିଆଯିବ ନିଯୁକ୍ତି
ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ପାର୍ଟ ୧ ଓ ୨ ଓଡ଼ିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ

ସେ କହିଛନ୍ତି, ରେଡିଓଗ୍ରାଫର ଦ୍ୱାରା ସ୍ବାସ୍ଥ୍ୟକ୍ଷେତ୍ରରେ ଉନ୍ନତି ହେବ। ୨୫୦ ରେଡିଓଗ୍ରାଫରଙ୍କୁ ନିଯୁକ୍ତିପତ୍ର ମିଳିବ। ଆଗାମୀ ଦିନରେ ଆହୁରି ନୂଆ ପଦବୀ ସୃଷ୍ଟି କରିବାକୁ ସରକାରଙ୍କ ଲକ୍ଷ୍ୟ ରହିଥିବା ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍ଓୟୁ ହେବ। ସାଢ଼େ ୩ କୋଟି ଲୋକଙ୍କୁ ସ୍ବତନ୍ତ୍ର କାର୍ଡ ଦିଆଯିବ। କଶ୍ମୀରରୁ କନ୍ୟାକୁମାରୀ ଯାଏ ୨୭ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟ ସୁବିଧା ରହିବ ବୋଲି ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି।।












Click it and Unblock the Notifications