Get Updates
Get notified of breaking news, exclusive insights, and must-see stories!

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ସୋମବାର ଜନ ଅଭିଯୋଗ ଶୁଣାଣି ହେବ। ସକାଳ ୧୦ଟା ୩୦ରୁ ଭୁବନେଶ୍ବର ୟୁନିଟ-୨ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ। ଗତ ସେପ୍ଟେମ୍ବର ୮ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ଆଉ ପୁନଃ ପଞ୍ଜୀକରଣ କରିବା ଆବଶ୍ୟକ ନାହିଁ।

Hearing of Chief Minister

ସେପ୍ଟେମ୍ବର ୮ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ବୀକାରପତ୍ର, ବ୍ୟକ୍ତିଗତ ପରିଚୟପତ୍ର ତଥା ଆବେଦନ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ, ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଗତ ଅଗଷ୍ଟ ୧୧ରେ ଅନୁଷ୍ଠିତ ହୋଇଥିଲା। ଏହାପରେ ବିଭିନ୍ନ କାରଣରୁ ସୋମବାର ହେଉଥିବା ଏହି ଅଭିଯୋଗ ଶୁଣାଣି ବନ୍ଦ ଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+