ହିଟୱେଭ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଅନୁଗୁଳ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିରକୁ ସତର୍କତା ଜାରି କରାଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୨ ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିପାରେ। ଦୁଇଦିନ ପରେ ମେ' ପହିଲାରୁ କମିବ ତାପମାତ୍ରା । କାଳବୈଶାଖୀ ପ୍ରଭାବରେ କମିବ ପାରଦ । ମେ ୧ ରୁ ୨ ତାରିଖ ମଧ୍ୟରେ ୨ ଡିଗ୍ରୀ ଯାଏ ତଳକୁ ଖସିବ ଦିନର ତାତି ।
ଗତକାଲି ୪୫ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା












Click it and Unblock the Notifications