ବାତ୍ୟା ଭୟ ଭିତରେ ରାଜ୍ୟକୁ ଫେରିଲା ତାତି, ୪୦ ଉପରେ ୭ ସହର
ଭୁବନେଶ୍ୱର: ଗୋଟେ ପଟେ ବାତ୍ୟା ଭୟ । ଆରପଟେ ତାତିରେ ଆଉଟ୍ ପାଉଟ୍ ହେଉଛନ୍ତି ରାଜ୍ୟବାସୀ । କାଳବୈଶାଖୀ ପ୍ରଭାବ କମିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ତାପମାତ୍ରା ।
ତେବେ ଆଜି ରାଜ୍ୟର ୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ବୌଦ୍ଧରେ ତାପମାତ୍ର ୪୧.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ତାଳଚେରରେ ୪୧ ଡିଗ୍ରୀ, ଝାରସୁଗୁଡ଼ାରେ ୪୦.୮ ଡିଗ୍ରୀ, ସମ୍ବଲପୁରରେ ୪୦.୩ ଡିଗ୍ରୀ, ରାଉରକେଲା ଏବଂ ବଲାଙ୍ଗିରରେ ୪୦ ଡିଗ୍ରୀ ରେକର୍ଡ କରାଯାଇଛି ।

ତେବେ ଆସନ୍ତା ୪ରୁ ୫ ଦିନରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ପାଖାପାଖି ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ ବଢିବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି ଆସନ୍ତାକାଲି ୮ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଅନ୍ୟପଟେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଅର୍ଥାତ ୮ ତାରିଖରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ପରଦିନ ଅର୍ଥାତ ୯ ତାରିଖ (ମଙ୍ଗଳବାର) ବେଳକୁ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ରାଜ୍ୟକୁ ଫେରିଲା ତାତି!!
ଅନୁଗୁଳ ରେ ସର୍ବୋଚ୍ଚ ଦିନ ତାପମାତ୍ରା 41.7°C ରେକର୍ଡ
ବୌଦ୍ଧ ରେ 41.5°C, ତାଳଚେର 41°C, ଝାରସୁଗୁଡା 40.8°C,ସମ୍ବଲପୁର 40.3°C, ରାଉରକେଲା ଏବଂ ବଲାଙ୍ଗୀର 40°C pic.twitter.com/gle7PHlktl
— usd (@usd0705) May 7, 2023
ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ଗତିପଥ ଓ ତୀବ୍ରତା ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରାଯିବ। ଏହି ଘୂର୍ଣ୍ଣିବଳୟ ଉପରେ ନିରନ୍ତର ନଜର ରଖାଯାଇଛି ଏବଂ ନିୟମିତ ଭାବେ ଏହାର ତଦାରଖ କରାଯାଉଛି ବୋଲି ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।
ତେବେ ଏହାର ପ୍ରଭାବରେ ୬ରୁ ୧୨ ତାରିଖ ମଧ୍ୟରେ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମେ ୧୦ ଓ ୧୧ ତାରିଖରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ୮, ୯ ଓ ୧୨ ତାରିଖରେ ବିକ୍ଷିପ୍ତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications