ଆଗକୁ ଅସହ୍ୟ ତାତି: ଏହି ସବୁ ଜିଲ୍ଲାରେ ୪୫ ଡିଗ୍ରୀ ଟପିବ ତାପମାତ୍ରା !

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଢ଼ିଛି ତାପମାତ୍ରା । ସ୍ବଭାବିକଠୁ ୨ରୁ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ହୋଇଥିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେହେ ଏହି ଭଳି ପାଗ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ରାଜ୍ୟର ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବା ବେଳେ ଏଠାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ କରାଯାଇଛି ।

Heat Wave in Odisha

ସେହିପରି ୧୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ । କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ବୋଲି ସତର୍କତା ଜାରି ହୋଇଛି । ଆସନ୍ତା ୧୭ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିର ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ଦୁଇ ଦିନ ପରେ ମିଳିପାରେ ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ପ୍ରଭାବରେ ଉପକୂଳ ତଥା ଉତ୍ତର ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ସାମାନ୍ୟ ବର୍ଷା ହୋଇପାରେ ।

ଅନ୍ୟପଟେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ନଜରରେ ରଖି ଆଲର୍ଟରେ ରହିଛି ପ୍ରଶାସନ। ଦୈନିକ ରିପୋର୍ଟ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କରାଯିବା ସହ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ପାନୀୟ ଜଳ ବିଭାଗକୁ ଆଲର୍ଟ ରଖାଯାଇଛି । ପିଏଚସି ଓ ସିଏଚସି ଗୁଡ଼ିକରେ ଏସି ରୁମ ବ୍ୟବସ୍ଥା ସହ ଆବଶ୍ୟକ ଔଷଧ ଓ ଓଆରଏସ ମହଜୁଦ ଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+