ମେ ୧୫ରୁ ପୁଣି ବଡିବ ତାତି, ରାଜ୍ୟର କିଛି ସ୍ଥାନରେ ୪୫ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଖାର ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ଦେଉଛି ଜନଜୀବନ । ଆସନ୍ତାକାଲି ଅର୍ଥାତ ୧୪ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗୀ ଯାଏ ଦିନ ତାପମାତ୍ରା ବୃଦ୍ଧି ପାଇବ । ୧୫ ତାରିଖରୁ ନିସ୍ତାର ନାହିଁ ।
ତେବେ କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ । ୪ରୁ ୫ ଦିନ ପାଇଁ ପାରଦ ଉପରମୁହାଁ ରହିବ। ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଦେଇଛି ।

ସୂଚନାନୁସାରେ, ୧୫ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଅନୁଗୁଳ ଆଦି ୪ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ । ଏଣୁ ଏହି ୪ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି । ଏଥିସହ ୧୬ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗତକାଲି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ତାପମାତ୍ର ରେକର୍ଡ କରାଯାଇଥିଲା । ଝାରସୁଗୁଡାରେ ୪୧.୨ ଡ଼ିଗ୍ରୀ, ସମ୍ବଲପୁରରେ ୩୯.୦ ଡ଼ିଗ୍ରୀ, ହୀରାକୁଦରେ ୩୭.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୬ ଡ଼ିଗ୍ରୀ, ଚାନ୍ଦବାଲିରେ ୩୫.୪ ଡ଼ିଗ୍ରୀ, ପାରାଦ୍ୱୀପରେ ୩୩.୮ ଡ଼ିଗ୍ରୀ, ପୁରୀରେ ୩୩.୬ ଡ଼ିଗ୍ରୀ, ବାଲେଶ୍ୱରରେ ୩୩.୪ ଡ଼ିଗ୍ରୀ, ଗୋପାଳପୁରରେ ୩୩.୦ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।












Click it and Unblock the Notifications