ଉପକୂଳରେ ଗୁଳୁଗୁଳି, ଆଭ୍ୟନ୍ତରୀଣରେ ତାତି: ୩ ରୁ ୪ ଡିଗ୍ରୀ ବଢ଼ିପାରେ ପାରଦ
ଅସହ୍ୟ ଗରମରେ କଲବଲ ହେବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ଅସହ୍ୟ ଗରମରେ କଲବଲ ହେବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଭ୍ୟନ୍ତରୀଣ ଓଡ଼ିଶାରେ କେତେକ ଅଞ୍ଚଳରେ ତାପାମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୁତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ଭିତରେ ବିଜୁଳି ଘଡ଼ଘଡ଼ି ନେଇ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଗାମୀ ୪ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଉପରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଯାଏଁ ସକ୍ରିୟ ରହିଛି।












Click it and Unblock the Notifications