ଅସହ୍ୟ ହେଲାଣି ତାତି: ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ରାଜ୍ୟ ଅସହ୍ୟ ହେଲାଣି ତାତି । ବଢି ଚାଲିଛି ଗ୍ରୀଷ୍ମ ପ୍ରବାହ । ରବିବାର ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍ ହୋଇଥିଲା । ଆଜି ମଧ୍ୟ ସମ ଦଶା ।
ଭୁବନେଶ୍ୱର: ରାଜ୍ୟ ଅସହ୍ୟ ହେଲାଣି ତାତି । ବଢି ଚାଲିଛି ଗ୍ରୀଷ୍ମ ପ୍ରବାହ । ରବିବାର ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍ ହୋଇଥିଲା । ଆଜି ମଧ୍ୟ ସମ ଦଶା । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆସନ୍ତା ୧୩ ତାରିଖରୁ ରାଜ୍ୟରେ ତାତି ଆହୁରି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ବଲାଙ୍ଗୀରରେ ଦିନବେଳା ତାପମାତ୍ରା ୪୨.୨ ଡିଗ୍ରୀ ଥିଲା । ଟିଟିଲାଗଡ଼ରେ ୪୨, ବାରିପଦାରେ ୪୨, ଝାରସୁଗୁଡ଼ାରେ ୪୧.୮, ସମ୍ବଲପୁରରେ ୪୧.୭, ବୌଦ୍ଧରେ ୪୧.୫, ଅନୁଗୁଳରେ ୪୦.୯, ଭବାନୀପାଟଣାରେ ୪୦.୮, ହୀରାକୁଦରେ ୪୦.୧ ଓ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଛି ।
ସେପଟେ ରାଜ୍ୟରେ ଏବେ କାଳବୈଶାଖୀ ସକ୍ରିୟ ରହିଛି । ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି । ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି ।












Click it and Unblock the Notifications