ତାତିରେ ସିଝିଲା ପଶ୍ଚିମ ଓଡ଼ିଶା, ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ରା ରେକର୍ଡ

ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗିରରେ ୪୫ ଡିଗ୍ରୀ, ବୌଦ୍ଧରେ ୪୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରି ପକାଉଛି । ଆଭ୍ୟନ୍ତରୀଣ ଓଡିଶା ପରେ ଏବେ ପଶ୍ଚିମ ଓଡିଶାରେ ତାତିର ପ୍ରକୋପ ବଢିବାରେ ଲାଗିଛି । ଦିନ ସାଢ଼େ ୨ଟା ସୁଦ୍ଧା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗିରରେ ୪୫ ଡିଗ୍ରୀ, ବୌଦ୍ଧରେ ୪୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ରାଜ୍ୟର ୯ଟି ସ୍ଥାନର ତାପମାତ୍ରା ୪୪ ଡିଗ୍ରୀ ଉପରେ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Heat Wave

ସେପଟେ କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ହ୍ରାସ ପାଇବ। ସ୍ୱାଭାବିକଠାରୁ ୨ ଡିଗ୍ରୀ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୋମବାର କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅଧା ଜିଲ୍ଲାରେ ଝଡତୋଫାନ ହୋଇପାରେ। ଘଡଘଡି ସହ ବଜ୍ରପାତ ଓ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ସେଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ତେବେ ତାତିରୁ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିବନି ଆଶ୍ବସ୍ତି । ଆହୁରି ୪ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣରେ ଅସହ୍ୟ ତାତି ଜାରି ରହିବ ବୋଲି ସତର୍କତା ଜାରି ହୋଇଛି । ସେପଟେ ସମ୍ଭାବ୍ୟ ବାତ୍ୟା ନେଇ ବଢୁଛି ଭୟ । ୬ରେ ଦକ୍ଷିଣ ଆଣ୍ଡାମାନ ଏବଂ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟାର ରୂପ ନେବାର ଅଧିକ ସମ୍ଭାବନା ରହିଛି । ଏହା ୭ରେ ବାତ୍ୟାର ରୂପ ନେଇ ୧୦ ତାରିଖରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି ।

ସେପଟେ ଟୁଇନ୍ ସିଟିରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଭୁବନେଶ୍ୱରରେ ୩୭ ଦଶମିକ ୮ ଡିଗ୍ରୀ ଓ କଟକରେ ୩୬ ଦଶମିକ ୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+