Get Updates
Get notified of breaking news, exclusive insights, and must-see stories!

ଜୁନରେ ବି ଜଳୁଛି ପଶ୍ଚିମ ଓଡିଶା, ୪୦ ଡିଗ୍ରୀ ଉପରେ ୩ ସହରର ତାପମାତ୍ରା

ଭୁବନେଶ୍ୱର: ଜୁନରେ ବି ଜଳୁଛି ପଶ୍ଚିମ ଓଡିଶା । ଆଜି ଆଜି ଦିନ ୨ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହରର ତାପମାତ୍ର ରେକର୍ଡ କରାଯାଇଛି । ସେପଟେ ଆଗାମୀ ୩ ଯାଏଁ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡ଼ିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆଜି ଦିନ ୨ ଟା ୩୦ ସୁଦ୍ଧା ସମ୍ବଲପୁରରେ ୪୨.୮ ଡ଼ିଗ୍ରୀ, ହୀରାକୁଦରେ ୪୧.୬ ଡ଼ିଗ୍ରୀ, ଝାରସୁଗୁଡାରେ ୪୧ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୯.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୮ ଡ଼ିଗ୍ରୀ , ବାଲେଶ୍ୱରରେ ୩୭.୮ ଡ଼ିଗ୍ରୀ, କେନ୍ଦୁଝରରେ ୩୭.୨ ଡ଼ିଗ୍ରୀ, ପୁରୀରେ ୩୪ ଡ଼ିଗ୍ରୀ, ପାରାଦୀପରେ ୩୪ ଡ଼ିଗ୍ରୀ, ଗୋପାଳପୁରରେ ୩୩.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି ।

Heat Wave in Odisha

ଅନ୍ୟପଟେ ଜୁନ୍‌ ୨ ଓ ୩ ତାରିଖରେ ସାରା ଓଡ଼ିଶାରେ ଗ୍ରୀଷ୍ମର ପ୍ରବାହ ଅସହ୍ୟ ହେବ। ପଶ୍ଚିମ ଓଡ଼ିଶରେ ପାରା ୪୩ ଡିଗ୍ରି ଅତିକ୍ରମ କରିବ । ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଟପିଯିବାର ସମ୍ଭାବନା ରହିଛି । ବଲାଙ୍ଗୀର, ସୋନପୁର, ଟିଟିଲାଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ଦିନର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ସେପଟେ ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+