ଘନୀଭୂତ ହେଉଛି ଲଘୁଚାପ, କାଲି ନେବ ବାତ୍ୟାର ରୂପ; ଓଡ଼ିଶା ପାଇଁ ନାହିଁ ବିପଦ, ଗୁଳୁଗୁଳିରେ ସନ୍ତୁଳି ହେଉଛି ରାଜ୍ୟ
ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇ ଧିରେ ଧିରେ ଘନୀଭୂତ ହେଉଛି । ତେବେ ଆସନ୍ତାକାଲି ଏହା ଭୀଷଣ ସାମୁଦ୍ରିକ ଝଡର ରୂପ ନେଇପାରେ ।
ତେବେ ବାତ୍ୟାର ଗତିପଥ ବାଙ୍ଗଲାଦେଶ ଓ ମିଆଁମାର ଆଡକୁ ମୁହାଁଇପାରେ ବୋଲି ଆଇଏଡି ତାର ଆକଳନରେ କାଏମ ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆସୁଥିବା ବାତ୍ୟାକୁ 'ମୋଚା' ବୋଲି ନାମକରଣ କରାଯାଇଛି । ଆସନ୍ତା ୧୨ ତାରିଖ ସକାଳ ଯାଏଁ ବାତ୍ୟା 'ମୋଚା' ଉତ୍ତର- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି ।

ତେବେ ଓଡ଼ିଶାକୁ ବାତ୍ୟାର ଭୟ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅନ୍ୟପକ୍ଷରେ ବାତ୍ୟା ଭୟ ନ ଥିଲେ ମଧ୍ୟ ସମସ୍ତ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଯେଉଁମାନେ ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବା ପାଇଁ ପରାମର୍ଶ ଦିଆଯାଇଛି।
ତେବେ ଓଡିଶାକୁ ବାତ୍ୟାର ସେତେଟା ପ୍ରଭାବ ନଥିଲା ବେଳେ ଅସହ୍ୟ ଗରମ ଓ ଗୁଳୁଗୁଳି ରାଜ୍ୟରେ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି।
ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ତାପମାତ୍ରା ବଢ଼ିବାରେ ଲାଗିଛି । ତେବେ ୪-୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତନ ହେବା ସମ୍ଭାବନା ନଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୪ ଦିନ ଯାଏଁ କିଛି ଅଞ୍ଚଳରେ ଗରମ ଓ ସହ ଗୁଳିଗୁଳି ଅନୁଭୂତ ହେବା ସମ୍ଭାବନା ରହିଛି ।
ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୨ ଦଶମିକ ୬ ଡିଗ୍ରୀ ଥିବାବେଳେ ଦିନ ସାଢ଼େ ୧୧ଟା ବେଳକୁ ତାପମାତ୍ରା ୩୭ ଦଶମିକ ୪ ଡିଗ୍ରୀ ସେଲସିୟସ ଓ ଆର୍ଦ୍ରତା ୫୮ ପ୍ରତିଶତ ଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications