Heat Wave: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ

ଚଳିତ ବର୍ଷ ଖରାର ତାପମାତ୍ରା ବୃଦ୍ଧି ପାଇବାର ଆଶଙ୍କା ରହିଛି । ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଆଗକୁ ଆହୁରି ବୃଦ୍ଧି ପାଇବାର ଆଶଙ୍କା କରିଛି ପାଣିପାଗ ବିଭାଗ । ଶ୍ରମିକମାନଙ୍କୁ ଅଂଶୁଘାତରୁ ରକ୍ଷା କରିବା ନିମନ୍ତେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ବ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଚଳିତ ଅପ୍ରେଲ ୧ ତାରିଖରୁ ଜୁନ ୧୫ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପ୍ରଚଣ୍ଡ ଖରାରେ କାର୍ଯ୍ୟ ନକରିବାକୁ ନିର୍ଦ୍ଦେଶନାମାରେ ଜାରି କରାଯାଇଛି । ସକାଳ ସମୟ କିମ୍ବା ୩ଟା ପରେ କାର୍ଯ୍ୟରେ ନିୟୋଜିତ ହେବାକୁ କୁହାଯାଇଛି । ଯଦି କୌଣସି କାର୍ଯ୍ୟ ଅତ୍ୟନ୍ତ ଜରୁରୀ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡିତ ତାହେଲେ ସେହି ସମୟରେ ଶ୍ରମିକମାନେ କାର୍ଯ୍ୟ କରିପାରିବେ । କିନ୍ତୁ ଶ୍ରମିକଙ୍କୁ ସମ୍ଭାବ୍ୟ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ପାଇଁ ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା ପାଇଁ ଡାକ୍ତରୀ ଚିକିତ୍ସାର ବ୍ୟବସ୍ଥା, ପ୍ରତ୍ୟେକ ଶ୍ରମିକ ପାଇଁ ଓଆର୍‌ଏସ ପ୍ୟାକେଟ ପ୍ରଦାନ ଭଳି ସୁବିଧା ନିଯୁକ୍ତିଦାତାମାନଙ୍କୁ କରିବାକୁ ପଡିବ ବୋଲି କୁହାଯାଇଛି ।

Heat Wave

ଏହି ପରିପ୍ରେକ୍ଷୀରେ ଜିଲ୍ଲାର ଚିକିତ୍ସାଧିକାରୀ (ଏସିଡିଏମଓ), ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ପିଏଚସି), କମ୍ୟୁନିଟି ହେଲଥ ସେଣ୍ଟର (ସିଏଚସି) ଚିକିତ୍ସାଳୟ ଗୁଡିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟର ଚିକିତ୍ସାଧିକାରୀଙ୍କୁ ପ୍ରଚଣ୍ଡ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଅନୁରୋଧ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+