Get Updates
Get notified of breaking news, exclusive insights, and must-see stories!

ଉପକୂଳ ଓଡିଶା ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଲା କାଳବୈଶାଖୀ, ପଶ୍ଚିମ ଓଡ଼ିଶାରେ ଲାଗି ରହିବ ତାତି

heat wave

ଭୁବନେଶ୍ୱର: ସାରା ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରଚଣ୍ଡ ଗରମ ସହ ଗୁଳିଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ । ଏପରିକି ଆହୁରି 5 ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ଏହି ସମୟରେ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାକୁ ସାମାନ୍ୟ ଆଶ୍ୱସ୍ତି ଦେଇଛି କାଳବୈଶାଖୀ । ଖରାର ତାଉ କମିଥିଲେ ବି ଗୁଳୁଗୁଳି ଜାରି ରହିଛି । ଗତକାଲି କଟକ ଓ ଭୁବନେଶ୍ୱରରେ କାଳବୈଶାଖୀ ବର୍ଷା ସହ ପବନ ବହିଥିଲା । ଆସନ୍ତାକାଲି ମଧ୍ୟ ଉପକୂଳ ଓଡ଼ିଶାରେ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ତେବେ ପଶ୍ଚିମ ଓଡ଼ିଶାରେ ତାତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ଆଜି ସକାଳୁ ସକାଳୁ ରାଜ୍ୟର ଅନେକ ସ୍ଥାନରେ ହାଲୁକା ବର୍ଷା ଅନୁଭୂତ ହୋଇଛି । ଓଡ଼ିଶା ଉପକୂଳରେ ଆକାଶ ମେଘଚ୍ଛନ୍ନ ରହିଥିବାବେଳେ ଖରା ତାତିରୁ ସାମାନ୍ୟ ନିସ୍ତାର ମିଳିଛି । ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଝିପିଝିପି ବର୍ଷା ଲାଗିରହିଛି । ଫଳରେ ଆଜି ଏବଂ ଆସନ୍ତା କାଲି ଉପକୂଳ ଓଡିଶା ପାଇଁ ସାମାନ୍ୟ ଆଶ୍ୱସ୍ତି ମିଳିବ ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । କେତେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତୁଳନାରେ 4 ଡିଗ୍ରୀ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପ୍ରବଳ ତାତି ପାଇଁ 8 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ 4 ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ କେନ୍ଦୁଝର ପାଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ା ଓ ମୟୂରଭଞ୍ଜ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

ପାଣିପାଗ ବିଭାଗ ଅନୁଯାୟୀ, ଗତ 25 ବର୍ଷ ପରେ ଗତକାଲି ସମ୍ବଲପୁରରେ ଏତେମାତ୍ରାରେ ଗରମ ରେକର୍ଡ କରାଯାଇଛି । ଶେଷ ଥର ପାଇଁ 1998 ମସିହା ଜୁନ୍ 2 ରେ ସମ୍ବଲପୁରରେ ଦିନର ସର୍ବୋଚ୍ଚ ତାପମାତ୍ରା 47.4 ଡିଗ୍ରୀ ରେକର୍ଡ କରାଯାଇଥିଲା । ଯାହାକି ସମ୍ବଲପୁରର ସର୍ବୋଚ୍ଚ ତାପମାତ୍ରାର ସର୍ବକାଳୀନ ରେକର୍ଡ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+