ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ: ଖରାରେ ଶ୍ରମିକଙ୍କୁ କାମ କରିବା ମନା
Heat Weather: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆସନ୍ତା କାଲି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୪ ରୁ ୬ ଡିଗ୍ରୀ ବୃଦ୍ଧି ହେବାର ସମ୍ଭାବନା ରହିଛି । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସମସ୍ତ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଯେ, ସକାଳ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଶ୍ରମିକଙ୍କୁ କାମ ନ କରାଇବା ପାଇଁ ।

ଏସଆରସି ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଶ୍ରମିକମାନଙ୍କୁ ଦିନ ୧୧ ଟାରୁ ଅପରାହ୍ନ ୩ଟା ମଧ୍ୟରେ କାମ କରିବା ପାଇଁ ମନା କରାଯାଇଛି। ତେବେ ଯଦି ନିର୍ଦ୍ଦେଶର ଅବମାନନା କରାଯାଏ ତେବେ ଉକ୍ତ ଜିଲ୍ଲାର ଅଧିକାରୀ ବ୍ୟକ୍ତିଗତ ଭାବେ ଦାୟୀ ରହିବେ ଏବଂ ବପର୍ଯ୍ୟୟ ପରିଚାଳନା ଆଇନ୍ ୨୦୦୫ ଧାରା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications