ଡରାଇଲାଣିି ତାତି, ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆହୁରି ୨ଦିନ ଯାଏ ରାଜ୍ୟରେ ଲାଗିରହିବ ତାତି, ଅସହ୍ୟ ଗରମରେ ଆଉଟୁପାଉଟୁ ହେବ ରାଜ୍ୟବାସୀ । ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମସ୍ତ ଜିଲ୍ଲା ଗୁଡ଼ିକ ହେଉଛି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା । ୩୦ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ , ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିରେ ପ୍ରବଳ ଖରା ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ।

Heatwave

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୪ଦିନ ତାତିରେ ଓଡ଼ିଶା ସିଝିବା ପରେ ବଦଳିବ ପାଗ । ଏପ୍ରିଲ ୨ ତାରିଖ ବେଳକୁ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଗ ପରିବର୍ତ୍ତନକୁ ନେଇ ୨ କିମ୍ବା ୩ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+