ରାଜ୍ୟରେ କାଲିଠାରୁ ବଢିବ ତାତି, କମିବ ବର୍ଷା
ରାଜ୍ୟରେ କମିବ ବର୍ଷା, ବଢିବ ଗରମ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ଦିନ ତାପମାତ୍ରାରେ ପ୍ରାୟ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବଢିପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି ।

ସୁନ୍ଦରଗଡ଼ ଜିଲ୍ଲାର ହିମଗିରି ଠାରେ ସର୍ବାଧିକ ବର୍ଷା ୩୪ ମିଲିମିଟର ରେକର୍ଡ ହୋଇଛି । ସମ୍ପୂର୍ଣ୍ଣ ରାଜ୍ୟରେ ୬୧୬.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ଵାଭାବିକ ବୃଷ୍ଟି ଠାରୁ ପ୍ରାୟ ୧୦ ପ୍ରତିଶତ ଅଧିକ ରହିଛି । ଯଦିଓ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । ତଥାପି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ସହ ବିଜୁଳି ଘଡଘଡି ଓ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ବୋହିପାରେ ।
ଆଗାମୀ ୪ ଓ ୫ ଜୁଲାଇ ବେଳକୁ ରାଜ୍ୟରେ ଆହୁରି ବର୍ଷର ପ୍ରଭାବ କମିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ଆସନ୍ତା ୬ ତାରିଖ ପରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications