ରାଜ୍ୟରେ ବଢିବ ତାତି, ଆବଶ୍ୟକ ନଥିଲେ ଘରୁ ବାହାରନ୍ତୁ ନାହିଁ; ସତର୍କ ସୂଚନା ଜାରି କଲା ପାଣିପାଗ
ଆସନ୍ତା ଦୁଇଦିନ ରାଜ୍ୟରେ ହେବ ନିଆଁ ବର୍ଷା। ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ତାପମାତ୍ରା। କାଲି ଓ ତା' ପଅର ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବି ପ୍ରବଳ ଗ୍ରୀଷ୍ଣ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେବ। ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ପାର କରିବା ସମ୍ଭାବନା ରହିଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏଥିସହ ଆସନ୍ତା ୪ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି।
ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ । ମାର୍ଚ୍ଚ ମାସ ଯେତିକି ବଢ଼ୁଛି, ରାଜ୍ୟରେ ଖରାର ପ୍ରକୋପ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ତାତି ଛୁଇଁଛି ୩୯ ଡିଗ୍ରୀ । ଝାରସୁଗୁଡାରେ ମାର୍ଚ୍ଚ ୪ ତାରିଖରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିଭଳି ଅନ୍ୟ ସହରରେ ବି ତାପମାତ୍ରା ଉପରମୁହାଁ ହୋଇଛି ।












Click it and Unblock the Notifications