Get Updates
Get notified of breaking news, exclusive insights, and must-see stories!

ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼: ରାତି ସାରା ଚାଲିଛି ମହାପ୍ରଭୁଙ୍କ ଦର୍ଶନ

ପୁରୀ: ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼। ରାତି ସାରା ଚାଲିଛି ମହାପ୍ରଭୁଙ୍କ ଦର୍ଶନ। ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍। ସିଂହଦ୍ବାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ ବ୍ୟବସ୍ଥା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।

shree mandir for New Year

କୋଣାର୍କ ଚନ୍ଦ୍ରଭାଗା ଛୁଇଁଲା ନବବର୍ଷରେ ପ୍ରଥମ ସୂର୍ଯ୍ୟୋଦୟ । ନୂଆ ବର୍ଷର ପ୍ରଥମ ଦିନରେ ଉଦିତ ସୂର୍ଯ୍ୟ ପହିଲି କିରଣ ଦେଖିବାକୁ ଚନ୍ଦ୍ରଭାଗା ବେଳାଭୂମିରେ ଲାଗିଥିଲା ପ୍ରବଳ ଗହଳି ।

ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ନୂଆ ବର୍ଷ ପାଳନ କରିବା ପାଇଁ କମିଶନରେଟ ପୁଲିସ୍‌ ପକ୍ଷରୁ ବ୍ୟପକ ପ୍ରସ୍ତୁତି କରାଯାଇଥିଲା । ରାଜଧାନୀରେ ୧୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା । ଏଥିସହ ବିଭିନ୍ନ ଛକରେ ଚେକିଂ ଜୋରଦାର ହୋଇଥିଲା ।

ନୂଆ ବର୍ଷର ନୂଆ ସକାଳରେ ବିଭିନ୍ନ ମନ୍ଦିରରେ ଭିଡ ଲାଗି ରହିଛି । ପ୍ରଭୁଙ୍କ ଦର୍ଶନ କରି ନୂଆବର୍ଷ ଆରମ୍ଭ କରିବାକୁ ଲୋକେ ଘଣ୍ଟା ଘଣ୍ଟା ଧରି ଲାଇନ୍‌ରେ ଛିଡ଼ା ହୋଇଛନ୍ତି । ଏଥିସହ ରାଜ୍ୟବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ପଶ୍ଚିମ ଆକାଶରେ ବୁଡ଼ି ଯାଇଛନ୍ତି ୨୦୨୪ର ଶେଷ ସୂର୍ଯ୍ୟ। ଏଇ ଯେଉଁ ନବରବି ପୂର୍ବକାଶରେ ଉଦିତ । ତା'ର କିରଣରେ ଝଲସୁଛି କେତେ ଆଶା, କେତେ ସମ୍ଭାବନା । ନୂଆ ସକାଳ ସହ ଆରମ୍ଭ ହୋଇଛି ନୂଆବର୍ଷ ୨୦୨୫ । ବିଦାୟୀ ବର୍ଷର ଘାତ ପ୍ରତିଘାତ, ଦୁଃଖ ଓ କଷ୍ଟକୁ ଭୁଲି ନୂଆବର୍ଷକୁ ଧୁମଧାମରେ କରାଯାଇଛି ସ୍ୱାଗତ । ରାଜ୍ୟ, ଦେଶ ଓ ବିଶ୍ବ ସାରା ସବୁଠି ଉତ୍ସବ ଏବଂ ଉଲ୍ଲାସର ମାହୋଲ । ପୂଜା ପ୍ରାର୍ଥନା ମନ୍ଦିରରେ ଦର୍ଶନ, ଆଉ କେଉଁଠି ବାଜା ବାଣର ଉତ୍ସବରେ ନୂଆ ବର୍ଷକୁ ସ୍ୱାଗତ । ଜିରୋ ନାଇଟରେ ମତୁଆଲା ହୋଇଛି ବିଭିନ୍ନ ସହର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+