ରାଜ୍ୟରେ ଆଉ 2 ଦିନ ଘନ କୁହୁଡ଼ି : ଆସନ୍ତା ଚାରି ଦିନ ଯାଏଁ ଶୁଖିଲା ପାଗ

ରାଜ୍ୟରେ ଆସନ୍ତା ଦୁଇ ଦିନ ଯାଏଁ ଘନ କୁହୁଡ଼ି ଦେଖିବାକୁ ମିଳିବ । ଆସନ୍ତା ଚାରି ଦିନ ଯାଏଁ ଶୁଖିଲା ପାଗ ।

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଦୁଇ ଦିନ ଯାଏଁ ଘନ କୁହୁଡ଼ି ଦେଖିବାକୁ ମିଳିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟଲୋ ଓ୍ୱାର୍ଣ୍ଣି ଜାରି କରିଛି । ଏଥିସହ ଆସନ୍ତା 4 ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ସୂଚନା ମିଳିଛି । ଏଠାରେ ସୂଚନାଥାଉକି, ରାଜ୍ୟରେ ଶୀତ କମିବା ଆରମ୍ଭ କରିଛି । ଗତ 24 ଘଣ୍ଟାରେ ରାଜ୍ୟର ତାପମାତ୍ରା 2 ରୁ 3 ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଛି । ଫଳରେ ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ରାତି ତାପମାତ୍ରା ସ୍ବାଭାବିକ ଠାରୁ 2 ରୁ 3 ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି । ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା 20 ଡିଗ୍ରି ରହିଛି । ଯାହାକି ସର୍ବନିମ୍ନ ସ୍ବାଭାବିକ ତାପମାତ୍ରାଠାରୁ 3 ଡିଗ୍ରି ଅଧିକ।
29 ତାରିଖରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ପାଗ ମେଘୁଆ ରହିବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ପାଣିପାଗ

ଏଥିସହ କିଛି କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ହୋଇପାରେ । ବିଶେଷ କରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ଜଗତସିଂହପୁର, ‌କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଅଞ୍ଚଳରେ ଘନକୁହୁଡ଼ି ଦେଖିବାକୁ ମିଳିବ । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୭ ତାରିଖ ସକାଳୁ କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋ‌ର୍ଧା, କଟକ, ଅନୁଗୁଳ, ଢେଙ୍କାନାଳ ଓ ଜଗତସିଂହପୁର ଆଦି ଜିଲ୍ଲାରେ ଘନ କୁହୁଡ଼ିକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+