ଆସୁଛି ବଡ କାଳବୈଶାଖୀ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ

ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରୁହ ୧୭ ଜିଲ୍ଲା । କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

rain

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ, ନୟାଗଡ଼ ଏବଂ କଟକ । ଏହିସବୁ ଜିଲ୍ଲା ଗୁଡ଼ିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିଭଳି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ବରଗଡ଼ ଏବଂ ଅନୁଗୁଳ । ଏହିସବୁ ଜିଲ୍ଲା ଗୁଡ଼ିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟା ସମୟରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ତେଣୁ ଏହିସବୁ ଜିଲ୍ଲା ଗୁଡ଼ିକ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରହିବାକୁ କହିଛି ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+