ଆସୁଛି ଆଉ ଏକ ଲଘୁଚାପ, ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଏବେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ଆଜି ଅର୍ଥାତ ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । SRCଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଗାଣ ବର୍ଷା ସମ୍ପର୍କରେ ଲୋକମାନଙ୍କୁ ସତର୍କ କରିବା ସହ ସ୍ଥିତି ଉପରେ ନଜର ରଖି ଆବଶ୍ୟକ ସ୍ଥଳେ ପଦକ୍ଷେପ ନେବାକୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା:
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ ଓ କେନ୍ଦ୍ରପଡା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି । ସେହିପରି ନଭେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଏହିସବୁ ଜିଲ୍ଲାକୁ ସତର୍କ କରାଯାଇଛି।












Click it and Unblock the Notifications