ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ: ୨୭ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ମନା
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଆଜି ଅବପାତର ରୂପ ନେବ। ଏହାର ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘନୀଭୁତ ହେବା ପରେ ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ ।
୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ସେହିପରି ଆଉ ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଏବଂ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା ୨୭ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ମନା ହୋଇଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ ଓ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି।
ଏହା ସହ ଆକସ୍ମିକ ବନ୍ୟା ଏବଂ ତଳିଆ ଅଞ୍ଚଳରେ କୃତ୍ରିମ ବନ୍ୟାର ସ୍ଥିତି ଉପୁଜିବ । କେତେକ ସ୍ଥାନରେ ୭୦ରୁ ୨ଶହ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ।












Click it and Unblock the Notifications