ରାଜ୍ୟରେ ଚାରିଦିନ ବର୍ଷା ହେବ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି ହୋଇଛି । ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଆସନ୍ତା ୪ ଦିନ ପାଇଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍ଡି ପୂର୍ବାନୁମାନ କରିଛି।ଅକ୍ଟୋବର ୧୬ ଏବଂ ୧୭ ତାରିଖରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡା ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବାଲେଶ୍ବର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୭ ଏବଂ ୧୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର , ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହି ସମୟ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୮ ଏବଂ ୧୯ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧୯ ଏବଂ ୨୦ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications