Heavy Rain Alert in Odisha: ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ଝଡ଼ ତୋଫାନ, ଏହି ଜିଲ୍ଲା ପାଇଁ ଆଲର୍ଟ

Heavy Rain Alert in Odisha: ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି।

ପୂର୍ବାନୁମାନ ଅନୁଯାୟୀ ଦକ୍ଷିଣ ଓ ଅଭ୍ୟନ୍ତରୀଣ ତଥା କିଛି ଉତ୍ତର ଓଡ଼ିଶାର ଜିଲ୍ଲାମାନଙ୍କରେ କାଳବୈଶାଖୀ ବର୍ଷା ପବନ ସହିତ ବିପଜ୍ଜନକ ବଜ୍ରପାତ ଜାରି ରହିଥିବା ବେଳେ ସନ୍ଧ୍ୟା କିମ୍ବା ରାତ୍ରି ସମୟରେ ସମସ୍ତ ଉପକୂଳ-ଉତ୍ତର ଓଡିଶା ଜିଲ୍ଲା ସମେତ ଭୁବନେଶ୍ୱର ଓ କଟକରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।

ଆସନ୍ତା କାଲି ବୁଧବାର ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Heavy Rain Alert in Odisha

ୟେଲୋ ଆଲର୍ଟ ଜାରି କରାଯାଇଥିବା ୨୦ ଜିଲ୍ଲା ହେଉଛି ଭଦ୍ରକ, କଟକ, ଖୋର୍ଦ୍ଧା, ଅନୁଗୁଳ, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି(Kalahandi), ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ, ଗଜପତି, ଯାଜପୁର, ଢେଙ୍କାନାଳ, ବରଗଡ଼, ନୂଆପଡ଼ା, ଜଗତସିଂହପୁର

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି। ସେପଟେ ବର୍ଷା ପ୍ରଭାବରେ ରାଜ୍ୟରେ ତାତି ହ୍ରାସ ପାଇଥିବା ଦେଖିବାକୁ ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+